ଲକଡାଉନ୍ ଅବଧି ବୃଦ୍ଧି ପାଇଁ ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀ ଦେଲେ ପ୍ରସ୍ତାବ ! ପ୍ରଧାନମନ୍ତ୍ରୀ କହିଲେ ମୁଁ ସଦାବେଳେ ଉପଲବ୍ଧ ଅଛି 

0

ନୂଆଦିଲ୍ଲୀ: ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କ ସହ କରୋନା ଭାଇରସର ମୁକାବିଲା ନେଇ ଭିଡ଼ିଓ କଂଫେରେନ୍ସିଂ ଦ୍ୱାରା ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ବିଭିନ୍ନ ପ୍ରକାରର ପ୍ରସ୍ତାବ ମାନ ଦେଇଛନ୍ତି। ଏପ୍ରିଲ 14 ତାରିଖ ରେ ଲକଡାଉନ୍ ଅବଧି ଶେଷ ହେବାକୁ ଥିବା ବେଳେ ଏହାକୁ ଆହୁରି କିଛିଦିନ ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଦେଉଛନ୍ତି ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀ। ମିଳିଥିବା ସୂଚନା ଅନୁସାରେ ଦିଲ୍ଲୀ, ପଞ୍ଜାବ, ମହାରାଷ୍ଟ୍ର, କେରଳ, ତେଲେଙ୍ଗାନା ସମେତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଲକଡାଉନ୍ ଅବଧି ବୃଦ୍ଧି କରିବା ପାଇଁ ଦାବି ଉପସ୍ଥାପନ କରୁଛନ୍ତି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ହାତ ତିଆରି ମାସ୍କ ପିନ୍ଧି ଥିବା ବେଳେ ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ମାସ୍କ ପିନ୍ଧିଛନ୍ତି ଯାହା ଦେଖିବାକୁ ମିଳିଛି। ପ୍ରଧାନମନ୍ତ୍ରୀ କହିଲେ ମୁଁ 24 ଘଣ୍ଟା ଉପଲବ୍ଧ ରହିଛି। କୋଭିଡ୍-19କୁ ନେଇ ଯେକୌଣସି ମୁଖ୍ୟମନ୍ତ୍ରୀ ଯେକୌଣସି ପ୍ରସ୍ତାବ ଆଲୋଚନା କିମ୍ୱା କିଛି କହିବାକୁ ଚାହୁଁଥିଲେ ମୋତେ କହିପାରିବେ। ଆମେ ମାନେ କାନ୍ଧକୁ କାନ୍ଧରେ ମିଶାଇ ଚାଲିବା ଉଚିତ୍ ବୋଲି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି।

କହି ରଖୁଅଛୁ ଯେ ଏପର୍ଯ୍ୟନ୍ତ ଏହି ଭାଇରସରେ ୨୩୯ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୭,୪୦୦ ଜଣ ସଂକ୍ରମିତ ହୋଇଛନ୍ତି। ଏହି ଭିଡିଓ କନଫରେନ୍ସ ବେଳେ ମୁଖ୍ୟମନ୍ତ୍ରୀମାନଙ୍କର ଅନେକ ଗୁଡ଼ିଏ ପ୍ରସ୍ତାବ ଗୁଡିକ ଉପରେ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ। ଏପ୍ରିଲ ୧୪ ରେ ପ୍ରଥମ ଲକଡାଉନ୍ ଅବଧି ଶେଷ ହେଉଛି ଆଉ ତିନି ସପ୍ତାହ ଲକଡାଉନ୍ ବଢ଼ାଇବାକୁ ଅନେକ ରାଜ୍ୟ ପ୍ରସ୍ତାବ ମଧ୍ୟ ଦେଇଥିବାରୁ ପ୍ରଧାନମନ୍ତ୍ରୀ ଏ ବାବଦରେ ମୁଖ୍ୟମନ୍ତ୍ରୀଙ୍କ ସହ ଅଧିକ ଆଲୋଚନା କରିଥିବା ସୂଚନା ରହିଛି ।

Leave A Reply

Your email address will not be published.